ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.