jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୦୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୬ଜଣ ରହିଛନ୍ତି । ଅନୁଗୁଳ, ପୁରୀ, ରାୟଗଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.