ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୬୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, କଟକ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଏଁ, ମୟୂରଭଞ୍ଜ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

error: Content is protected !!