ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଦେବଗଡ଼ ଓ ଝାରସୁଗୁଡ଼ା ୨ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

error: Content is protected !!