ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.