ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ସମ୍ବଲପୁର ଜିଲ୍ଲାରୁ ୧୨ ଜଣ, କଟକ ଜିଲ୍ଲାରୁ ୮ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ । ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଲେଖାଁଏ ରହିଛନ୍ତି । ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗିର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.