୧୧୦ରୁ ଅଧିକ ବିଜେପି ଓ କଂଗ୍ରେସ ଦଳ ଛାଡି ବିଜୁ ଜନତା ଦଳରେ ଯୋଗଦାନ କଲେ

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଠାରେ ପାଟଣାଗଡ଼ ବ୍ଲକର ଡାଙ୍ଗବାହାଲ ପଞ୍ଚାୟତର ୧୧୦ ଜଣରୁ ଅଧିକ ବିଜେପି ଓ କଂଗ୍ରେସ ଦଳ ଛାଡି ବିଜୁ ଜନତା ଦଳରେ ଯୋଗଦାନ କରିଥିବା ସୂଚନା ମିଳିଛି । ତେବେ ବିଧାୟକ ଶ୍ରୀ ମେହେରଙ୍କ ଉପସ୍ଥିତିରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଡାଙ୍ଗବାହାଲ ପଞ୍ଚାୟତର ବିଜେଡି ସକ୍ରିୟ କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ଆୟୋଜନ ହୋଇଥିବା ବେଳେ ଏହି ବୈଠକରେ ଆଗାମୀ ଦିନର କାର୍ଯ୍ୟପନ୍ଥା ଓ ସଂଗଠନ ବିଷୟରେ ଆଲୋଚନା ହୋଇଥିଲା । ନୂତନ ଭାବେ ଯୋଗଦାନ କରିଥିବା ସଦସ୍ୟ ମାନଙ୍କୁ ବିଧାୟକ ଶ୍ରୀ ମେହେର ସ୍ୱାଗତ କରିଛନ୍ତି ।

Leave A Reply

Your email address will not be published.