csstore

ମନ୍ତ୍ରୀଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହେଲେ ରକ୍ତଦାତା ମିଲନ

ସଇଁନ୍ତଲା, (ଅଜିତ କୁମାର ସାହୁ) : କରୋନା କାଳରୁ ଆରମ୍ଭ କରି ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ନିରୀହ ଲୋକଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିବା ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଅଞ୍ଚଳର ରକ୍ତଦାତା ମିଲନ କୁମାର ବାରିକ ୩୨ ଥର ରକ୍ତ ଦାନ କରିବା ସହ ହଜାର ହଜାର ଲୋକଙ୍କ ଜୀବନ ବଞ୍ଚାଇ ସବୁ ବେଳେ ଚର୍ଚ୍ଚା ରହଛନ୍ତି । ତେବେ ମିଲନଙ୍କୁ ଓଡିଶା ଶିଶୁ ବିକାଶ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁଙ୍କ ଦ୍ଵାରା ଆୟୋଜିତ ଲୋଇସିଂହା ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ମିଲନଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ତେବେ ତାଙ୍କର ଏଭଳି ମହତ୍ତ୍ଵ କାର୍ଯ୍ୟ ପାଇଁ ବୁଦ୍ଧିଜୀବୀ ମହଲରେ ଶୁଭେଚ୍ଛାର ସୁଅ ଛୁଟୁଥିବା ବେଳେ ମ୍ବର୍ଦ୍ଧନା ସଭାରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିହାର ରଞ୍ଜନ ବେହେରା, ଲୋଇସିଂହା ବ୍ଳକ ସ୍ୱଭାନେତ୍ରୀ ଜୋଷ୍ଣ।ମୟୀ ନାଗ ପ୍ରମୁଖ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.