ଫାଟିଲା ଗ୍ୟାସ୍ ଟାଙ୍କି : ୭ ଗୁରୁତର

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ରମ୍ଭାରୀମୁଣ୍ଡା ଗାଁରେ ଘଟିଛି ଏକ ଅଘଟଣ । ରୋଷେଇ କରିବା ସମୟରେ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗି ଏଥିରେ ୭ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ରମ୍ଭାରୀମୁଣ୍ଡା ଗାଁର ରବୀନ୍ଦ୍ର ପ୍ରଧାନଙ୍କ ଘରେ ରୋଷେଇ ଚାଲିଥିବା ବେଳେ ହଠାତ୍ କୌଣସି କାରଣରୁ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗିଯାଇଥିଲା । ନିଆଁ ଲଭାଇବା ପାଇଁ ଲୋକେ ଯାଇଥିବା ବେଳେ ଗ୍ୟାସ୍ ଟାଙ୍କିଟି ଫାଟି ଯାଇଥିଲା ଫଳରେ ଏଥିରେ ୭ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ଯୋଗ୍ୟ ଯେ, ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଓ କଟକ ସ୍ଥାନାନ୍ତର କରାଯାଇଛି । ଘରେ ବି ନିଆଁ ଲାଗିଯାଇଥିବା ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି ।

Leave A Reply

Your email address will not be published.