ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶପଥ ପାଠ ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ସଦ୍‌ଭାବନା ଦିବସ ଅବସରରେ ଏକ ଶପଥ ପାଠ ସଭା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ଶପଥ ପାଠ କରାଇଥିଲେ । ସଭାରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ସହକାରୀ କଲେକ୍ଟର ସୁମତୀ ପଣ୍ଡା, ଜିଲ୍ଲା ସୂଚନା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ ଦାଶ, ମମତା ପ୍ରଧାନ, ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।

Leave A Reply

Your email address will not be published.