oom

ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ନୂଆପଡ଼ା ଭାୟା ପଦ୍ମପୁର ବରଗଡ଼ ନୂତନ ରେଳ ଲାଇନ୍ ସଂଯୋଗ ଦାବୀ : କେନ୍ଦ୍ର ରେଳମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରତିନିଧି ଦଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୩ ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ତାଙ୍କୁ ପଦ୍ମପୁରଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ନୂଆପଡା ଭାୟା ପଦ୍ମପୁର ବରଗଡ ନୂତନ ରେଳ ଲାଇନ୍‌ ସଂଯୋଗ ପାଇଁ ଦାବୀପତ୍ର ଦେଇଥିଲେ । ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉଭୟ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ । ଏଥିରେ ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ବରଗଡ ଜିଲ୍ଲା ଉପସଭାପତି ସରୋଜ ସାମଲ, ରାଜ୍ୟ ଯୁବ ମୋର୍ଚ୍ଚା ସଂପାଦକ ପ୍ରୀତେଶ ବହିଦାର, ପଦ୍ମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ କୁମରମଣି ନାୟକ, ବରିଷ୍ଠ ବିଜେପି ନେତା ଗୋବର୍ଦ୍ଧନ ଅଗ୍ରୱାଲ, ଡା. ଲମ୍ବୋଦର ପଣ୍ଡା, ରାଜ ବୋଡାସମ୍ବର ବ୍ଲକ ସାଂସଦ ପ୍ରତିନିଧି ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲା ସାଧାରଣ ସମ୍ପାଦକ ସରୋଜ ପାଣିଗ୍ରାହୀ, ବରଗଡ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀକାନ୍ତ ମିଶ୍ର, ରାଜେନ୍ଦ୍ର ସେଠ ପ୍ରମୁଖ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.