csstore

ଭୁଲିଆ ସମାଜ କେନ୍ଦ୍ରବୋର୍ଡ କମିଟି ତରଫରୁ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ସହ ବ୍ରୋଞ୍ଚ ପ୍ରତିମୂର୍ତ୍ତି ଉନ୍ମୋଚିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଭୁଲିଆ (ମେହେର) ସମାଜ ପକ୍ଷରୁ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସ୍ଥାନୀୟ ଭୁଲିଆ ମେହେର ଧର୍ମଶାଳାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଉତ୍ସବରେ ବିଧାୟକ ସରୋଜ କୁମାର ମେହେର ଯୋଗ ଦେଇ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ବ୍ରୋଞ୍ଚରେ ନିର୍ମିତ ପ୍ରତିମୂର୍ତ୍ତିକୁ ଶୁଭ ଉନ୍ମୋଚନ କରିବା ସହ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ଚାରଣ କରିବା ସହ ଭୁଲିଆ ମେହେର ସମାଜର ଗର୍ବ ଓ ଗୌରବ ବୋଲି ମତବ୍ୟକ୍ତ କରିଥିଲେ । ଏଥିରେ ସମାଜର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ତଥା ମହିଳା ମାନେ ଯୋଗ ଦେଇଥିଲେ ।

jayashree
Leave A Reply

Your email address will not be published.