ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬ ଜଣକୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ ଓ ଢେଙ୍କାନାଳରୁ ୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୨ ଜଣ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଓ ଭଦ୍ରକ, କେନ୍ଦୁଝର, ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.