ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକ ନିଯୁକ୍ତି ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗତକାଲି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୋର ଲକ୍ଷ୍ୟ । ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଂଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହା ଦ୍ୱାରା ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ଗୁଡିକ ଏକ ରୋଲ ମଡେଲ ହେଉ ବୋଲି ସେ ଚାହାଁନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗୁରୁ ଦିବସ ଅବସରରେ ଦେଶର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ମୁଖ୍ୟମନ୍ତ୍ରୀ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଥିଲେ । ପ୍ରତି ଆଦର୍ଶ ବିଦ୍ୟାଳୟକୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।

Leave A Reply

Your email address will not be published.