ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆଜି ପାଇଁ ୫ ଜିଲ୍ଲା ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର ଓ ବରଗଡ଼ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣଂ ଦିଆଯାଇଛି । ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି ।

Leave A Reply

Your email address will not be published.