ବଲାଙ୍ଗିର ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲଗାଣ ବର୍ଷା ଯୋଗୁଁ ଆଜି ବଲାଙ୍ଗିର ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା ଲଗାଣ ବର୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଥିବା ସୂଚନାରେ କୁହାଯାଇଛି । ତେବେ ଗତକାଲି ଠାରୁ ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ସହରର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖା ଦେଇଥିବା ବେଳେ ସହରର କେତେକ ସ୍ଥାନରେ ବର୍ଷା ଜଳ ଜମି ରହିଥିବା ଦେଖିବାକୁ ମିଳିଛି ।

Leave A Reply

Your email address will not be published.

error: Content is protected !!