୫ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୫ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୯୦ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୭୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୫, ବାଲେଶ୍ୱରରୁ ୧୮, ବରଗଡ଼ରୁ ୩, ଭଦ୍ରକରୁ ୧୦, କଟକରୁ ୪୬, ଦେବଗଡରୁ ୪, ଢେଙ୍କାନାଳରୁ ୩, ଗଜପତିରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦, ଯାଜପୁରରୁ ୨୧, କେନ୍ଦ୍ରାପଡାରୁ ୬, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୭୯, ମାଲକାନଗିରିରୁ ୧, ମୟୁରଭଂଜରୁ ୧୮, ନୟାଗଡରୁ ୮, ନୂଆପଡାରୁ ୪, ପୁରୀରୁ ୧୫, ରାୟଗଡାରୁ ୪, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୬ ଓ ଷ୍ଟେଟ ପୁଲ୍‌ରୁ ୪୨ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

error: Content is protected !!