csstore

ଗତ ୨୪ ଘଂଟାରେ ୫୮୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୮୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୬୩ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୬, ବାଲେଶ୍ୱରରୁ ୧୭, ବରଗଡ଼ରୁ ୮, ଭଦ୍ରକରୁ ୭, କଟକରୁ ୮୭, ଦେବଗଡରୁ ୨, ଢେଙ୍କାନାଳରୁ ୯, ଜଗତସିଂହପୁରରୁ ୧୩, ଯାଜପୁରରୁ ୨୯, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୦, କେଉଁଝରରୁ ୧, କୋରାପୁଟରୁ ୪, ଖୋର୍ଦ୍ଧାରୁ ୨୬୧, ମାଲକାନଗିରିରୁ ୧, ମୟୁରଭଂଜରୁ ୭, ନୟାଗଡରୁ ୭, ପୁରୀରୁ ୧୮, ରାୟଗଡାରୁ ୬, ସମ୍ବଲପୁରରୁ ୬, ସୋନପୁରରୁ ୧, ସୁନ୍ଦରଗଡରୁ ୧୦ ଓ ଷ୍ଟେଟ ପୁଲ୍‌ରୁ ୫୯ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.