oom

ଭାଜପା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳିତ

jsmm

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଗତକାଲି ତାଙ୍କ କାର୍ଯ୍ୟାଳୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜୟ ଜବାନ ଜୟ କିଷାନ କାର୍ଯ୍ୟକ୍ରମରେ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଯୋଗ ଦେଇ ଦେଶର ସୁରକ୍ଷା ଏବଂ କୃଷିର ବିକାଶରେ ଦେଶର ବିକାଶ ହୋଇଥାଏ । ଏଥିରେ ଦେଶର ସୈନିକ ଏବଂ କୃଷକ ଭାଇମାନଙ୍କ ଅବଦାନ ଅତୁଳନୀୟ ଅଟେ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ । ଭାଜପା ଜିଲ୍ଲା କୃଷକ ମୋର୍ଚ୍ଚା ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଭାଜପା ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ, ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ, ସୁରେଶ୍ଵର ଶତପଥୀ ପ୍ରମୁଖ ମଞ୍ଚାସୀନ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର କୃଷକ ଏବଂ ଅବସରପ୍ରାପ୍ତ ସୈନିକଙ୍କୁ ମୁଖ୍ୟ ଅତିଥି ସମ୍ମାନୀତ କରିଥିଲେ ।

jittmm
Leave A Reply

Your email address will not be published.