ତୁଷୁରାରେ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମନ୍ତ୍ରୀ ଟୁକୁନି

ତୁଷୁରା, (ଅଜିତ କୁମାର ସାହୁ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଳକ ତୁଷୁରାର ଅନେକ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଓଡ଼ିଶା ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ ତଥା ବିଜେଡି ନେତା କୁନା ତ୍ରିପାଠୀ, ମହିଳା ଓ ଶିଶୁ ବିକାଶ କଲ୍ୟାଣ ସମିତିର ଉପଦେଷ୍ଟା ତଥା ବିଜେଡି ନେତ୍ରୀ ସୁଲୟା ଦେଓ ସମେତ ଅନ୍ୟାନ୍ୟ ବିଜେଡି କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ଏହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନେକ ହିତାଧିକାରୀ ସ୍ମାର୍ଟ କାର୍ଡ ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.