ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଅଶ୍ରୁଳ ଶ୍ରଦ୍ଧାଜଂଳି ଜ୍ଞାପନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମହାନଦୀ ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମ୍‌ର ବୋଟ ଦୁର୍ଘଟଣାରେ ଓଟିଭିର କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି । ମେକ୍‌ ଇନ୍‌ ଇଣ୍ଡିଆ ଆଣ୍ଡ ମିଡିଆ ପରିବାରର ଏମ୍‌ଡି ତଥା ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ କୁମାର ଧାଉଡିଆ, ଏହି ଦୁଃଖଦ ଘଟଣାରେ ଗଭୀର ଭାବେ ମର୍ମାହତ । ଓଡିଶା ରାଜ୍ୟର ସାମ୍ବାଦିକତା ପାଇଁ ଏହା ଅପୁରଣୀୟ କ୍ଷତି ବୋଲି ସେ କହିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପ୍ରାର୍ଥନା ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାରକୁ ଅସିମ ଧର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କହିଛନ୍ତି । ଏଥିସହ ମେକ୍‌ ଇନ୍‌ ଇଣ୍ଡିଆ ଆଣ୍ଡ ମିଡିଆ ପରିବାର, ଡେଲାଙ୍ଗ ପକ୍ଷରୁ ସାମ୍ବାଦିକ ସ୍ୱର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଜଂଳି ଜ୍ଞାପନ କରାଯାଇଛି ।

Leave A Reply

Your email address will not be published.