ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.