ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୮୭କୁ ବୃଦ୍ଧି ପାଇଛି । ଜଗତସିଂହପୁରରୁ ୨ ଜଣ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ଜଣାପଡିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.