ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପାଇଁ ଜିଲ୍ଲାସ୍ତରୀୟ ପ୍ରତିଯୋଗୀତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପାଇଁ ଜିଲ୍ଲାସ୍ତରୀୟ ପ୍ରତିଯୋଗୀତା ଆଜି ସ୍ଥାନୀୟ ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଫେସର ମଧୁସୂଦନ ପତି ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ । ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥୀ । ଏହି ପ୍ରତିଯୋଗୀତାରେ ବଲାଙ୍ଗିରର ନଟରାଜ କଳା ପରିଷଦ ପ୍ରଥମ ସ୍ଥାନ ଓ ତୁଷୁରା କୃଷ୍ଣପ୍ରୀୟା କଳା ପରିଷଦ ଦ୍ୱିତୀୟ ସ୍ଥାନ ଅଧିକାର କରିଛି । ସେହିପରି ତୃତୀୟ ସ୍ଥାନ ଅଧିକାର କରିଛି ସଦେଇପାଲିର ନିରାକାର କଳା ପରିଷଦ ।

Leave A Reply

Your email address will not be published.