jayashree

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୨ତମ ଜୟନ୍ତୀ ଏବଂ ଶାନ୍ତିର ଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଜୀଙ୍କ ୧୧୭ତମ ଜୟନ୍ତୀ ଅବସରରେ ଏହି ଦୁଇ ଜାତୀୟ ବରପୁତ୍ରଙ୍କ ପ୍ରତି ଆଜି ଦେଶବାସୀ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ଶନିବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୋଭିଡ୍ ନିୟମ ଅନୁପାଳନ ପୂର୍ବକ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଜାତିର ପିତା ମହାତ୍ମା ଗାନ୍ଧିଜୀ ଏବଂ ଶାନ୍ତିର ଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଜୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ସ୍ମୃତି ଚାରଣ କରିଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଗାନ୍ଧିଜୀଙ୍କ ପ୍ରୀୟ ଭଜନ ବୈଷ୍ଣବ ଜନତେ ଗାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଅମୀୟ କୁମାର ସାହୁ, ଲୀନା କୁମାରୀ ଖେସ୍, ଛତ୍ରପୁର ଉପ-ଜିଲ୍ଲାପାଳ ପ୍ରୀୟ ରଞ୍ଜନ ପୃଷ୍ଟି, ପ୍ରାକ୍ତନ ବିଧାୟକ ଅଶୋକ କୁମାର ଚୌଧୁରୀ, ସହରର ସମସ୍ତ ସାମ୍ବାଦିକ, କର୍ମଚାରୀଗଣ ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Leave A Reply

Your email address will not be published.