ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସଫେଇ କାର୍ଯ୍ୟକ୍ରମ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଦ୍ଵାରା ବିଦ୍ୟାଳୟ ପ୍ରାଙ୍ଗଣ ସଫେଇ କରାଯାଇଥିଲା । ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ପରେ ପରେ ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଜିଙ୍କ ଫଟୋଚିତ୍ରରେ ଧୂପ ଏବଂ ମାଲ୍ୟାର୍ପଣ କରାଯାଇ ଏକ ସଭାର ଆୟୋଜନ କରାଯାଇଥିଲା । ଏଥିରେ ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ସେଠୀ ସଭାପତିତ୍ବ କରିଥିଲେ । ଶିକ୍ଷକ ମିଟୁ କିଶୋର ପ୍ରଧାନ, ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ, ଶିକ୍ଷକ ପର୍ଶୁରାମ ସାହୁ, ବିରଞ୍ଚି ନାରାୟଣ ବରାଳ, ସୁଧିର କୁମାର ଜେନା, ପୁରୁଷୋତ୍ତମ ନାୟକ ଓ ପରିଚାଳନା କମିଟିର ସଭାପତି ସୁବାସ ଚନ୍ଦ୍ର ମାହୁନ୍ତ ଯୋଗଦେଇଥିଲେ । ବକ୍ତାମାନେ ଦୁଇ ମହାପୁରୁଷଙ୍କ ପଥ ଅନୁସରଣ କରି କାର୍ଯ୍ୟ କରିବା ପାଇଁ ପରିମର୍ଶ ଦେଇଥିଲେ । ସର୍ବ ଶେଷରେ ସୁଧିର କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ସ୍ମାରକି ପରିବେଶ ପ୍ରେମି ମିଟୁ କିଶୋର ପ୍ରଧାନଙ୍କ ଦ୍ଵାରା ବାଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା ।

Leave A Reply

Your email address will not be published.