ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୧୧୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୪୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୮, ବଲାଙ୍ଗିରରୁ ୪, ବୌଦ୍ଧରୁ ୧, କଟକରୁ ୧୫, ଦେବଗଡରୁ ୧, ଗଜପତିରୁ ୭, ଗଞ୍ଜାମରୁ ୧, ଜଗତସିଂହପୁରରୁ ୮, ଯାଜପୁରରୁ ୧୧, କେନ୍ଦ୍ରାପଡାରୁ ୧୩, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୮୬, କୋରାପୁଟରୁ ୨, ମୟୁରଭଂଜରୁ ୧୧, ନୟାଗଡରୁ ୩, ପୁରୀରୁ ୯, ରାୟଗଡାରୁ ୫, ସମ୍ବଲପୁରରୁ ୪, ସୋନପୁରରୁ ୨, ସୁନ୍ଦରଗଡରୁ ୩ ଓ ଷ୍ଟେଟ ପୁଲ୍ରୁ ୪୬ ଚିହ୍ନଟ ହୋଇଛନ୍ତି ।