csstore

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍ଥିତ ସନ ସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ସଂପୃକ୍ତ ଅଭିଯୋଗରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବୀ କରିବା ସହ କୁଶପୁତ୍ତଳିକା ଦାହ କରିଥିଲା ବରଗଡ଼ ବିଜେପି । ଭାଜପା ବରଗଡ଼ ଜିଲ୍ଲା ପକ୍ଷରୁ ଗତକାଲି ସଂଧ୍ୟାରେ ବରଗଡ଼ ଗାନ୍ଧୀ ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ନିରବ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପରେ ଅଭିଯୁକ୍ତମାନଙ୍କୁ ଉପଯୁକ୍ତ ଦଣ୍ଡ ଦେବାକୁ ଦାବୀ କରିଥିଲେ । ଗାନ୍ଧୀ ଛକଠାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରିଥିଲେ ଓ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ କରିଥିଲେ । ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ, ଅକୃର ମଲ୍ଲିକ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅମିତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.