csstore

ଗତ ୨୪ ଘଂଟାରେ ୪୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୬ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୪୭ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୯୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪, ବାଲେଶ୍ୱରରୁ ୧୬, ବରଗଡ ୧, ଭଦ୍ରକରୁ ୬, ବଲାଙ୍ଗିରରୁ ୧, ବୌଦ୍ଧରୁ ୫, କଟକରୁ ୩୬, ଢେଙ୍କାନାଳରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୩, ଯାଜପୁରରୁ ୮, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୯, କେଉଁଝରରୁ ୨, ଖୋର୍ଦ୍ଧାରୁ ୨୪୩, ମୟୁରଭଂଜରୁ ୧୦, ନବରଙ୍ଗପୁରରୁ ୧, ନୟାଗଡରୁ ୬, ପୁରୀରୁ ୫, ରାୟଗଡାରୁ ୧୩, ସମ୍ବଲପୁରରୁ ୧୪, ସେନପୁରରୁ ୧, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲ୍‌ରୁ ୫୭ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.