ତାଲପଦର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁବ ରେଡକ୍ରସ୍ ଶିବିର ଉଦ୍‌ଯାପିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବ୍ଳକ ଅନ୍ତର୍ଗତ ତାଲପଦର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁବ ରେଡକ୍ରସର ଶିକ୍ଷା ଓ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଗତ ୨୩ ତାରିଖରୁ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ଆଜି ମୁଖ୍ୟ ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଯୋଗ ଦେଇଥିଲେ । ସ୍କୁଲର ଅଧ୍ୟକ୍ଷ ପଞ୍ଚାନନ ମିଶ୍ର ସଭା ପରିଚାଳନା କରିଥିବା ବେଳେ ଅଧ୍ୟାପକ ଧନପତି ଦେବତା ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅକ୍ଷୟ ପ୍ରଧାନ ସଭାର ଉଦେଶ୍ୟ ଜ୍ଞାପନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ । ଶିବିରରେ ସୋହେଲା, ଘେଁସ, ବିଜେପୁର, ଚକରକେନ୍ଦ, ପୁଟକିଗ୍ରୀଞ୍ଜେଲ ଓ ତାଲ ପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକ/ଅଧ୍ୟାପିକା ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସ୍କୁଲର ସମସ୍ତ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ । ଶେଷରେ ଅଧ୍ୟାପକ ଉପେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.