csstore

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ବକୃତା ପ୍ରତିଯୋଗିତା ଓ ସଚେତନତା ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ମାସ ୨୬ ତାରିଖ ଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା କାର୍ଯ୍ୟାଳୟର କର୍ମଚାରୀମାନଙ୍କ ମଧ୍ୟରେ ‘ସ୍ୱତନ୍ତ୍ର ଭାରତ @୭୫ : ସତ୍ୟନିଷ୍ଠାରୁ ଆତ୍ମନିର୍ଭରତା’ ଶୀର୍ଷକ ବିଷୟବସ୍ତୁ ଉପରେ ଲକ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପରେ ସେଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଏହି ସଚେତନତା ସଭାରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର କୁମାର ମହାପାତ୍ର, ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଦର ଧରୁଆ, ବଲାଙ୍ଗିର ତହସିଲଦାର ମଘବାନ ବାଗ, ଦୁର୍ନୀତି ନିବାରଣ ବିଭାଗ ଡିଏସ୍‌ପି ସଦାନନ୍ଦ ପାଣି, ଡେପୁଟି କଲେକ୍ଟର ଇପ୍ସିତା ପାତ୍ର, ସହକାରୀ ଜିଲ୍ଲାପାଳ ଗୁରେଶ୍ୱର ଭୋଇ, ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିରର ଇନ୍ସପେକ୍ଟର ରୀତାଞ୍ଜଳି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହାପାତ୍ର ଏବଂ ଡିଏସ୍‌ପି ଶ୍ରୀ ପାଣି ‘ସ୍ୱତନ୍ତ୍ର ଭାରତ @୭୫ : ସତ୍ୟନିଷ୍ଠାରୁ ଆତ୍ମନିର୍ଭରତା’ ବିଷୟ ବସ୍ତୁ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପରେ ଅତିରିକ୍ତ ଜିଲ୍ଲାପାଳ ବକୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବକୃତା ପ୍ରତିଯୋଗିତାରେ ପ୍ରଜ୍ଞା ପରିମିତା ଯୋଷୀ, ଚୈତନ୍ୟ ବାଗ ଓ ସାମ୍ରାଙ୍ଗୀ ସୌନ୍ଦର୍ୟା ମିତ୍ର ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ସଭା ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.