ଗତ ୨୪ ଘଂଟାରେ ୨୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୧୩୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୧୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧୫, ଭଦ୍ରକରୁ ୩, ବଲାଙ୍ଗିରରୁ ୪, କଟକରୁ ୧୭, ଢେଙ୍କାନାଳରୁ ୧୦, ଗଜପତିରୁ ୮, ଜଗତସିଂହପୁରରୁ ୫, ଯାଜପୁରରୁ ୧୦, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୬, ଖୋର୍ଦ୍ଧାରୁ ୧୩୮, ମୟୁରଭଂଜରୁ ୨, ନୟାଗଡରୁ ୨, ପୁରୀରୁ ୬, ସମ୍ବଲପୁରରୁ ୭, ସୋନପୁରରୁ ୧, ସୁନ୍ଦରଗଡରୁ ୫ ଓ ଷ୍ଟେଟ ପୁଲ୍‌ରୁ ୩୧ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.