oom

ଭାଜପା ଯୁବ ମୋର୍ଚ୍ଚାର ବିକ୍ଷୋଭ ପ୍ରଦର୍ଶନ

jsmm

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ମମିତା ମେହେର ହତ୍ୟା ଘଟଣାର ତଦନ୍ତରେ ବାଟବଣା, ସରକାରୀ କଳ ଏହି ଘଟଣାରେ ସଂପୃକ୍ତ ଥିବା ଅନ୍ୟମାନଙ୍କୁ ସୁରକ୍ଷା ଦେବା, ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା, ମମିତା ମେହେର ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବୀ, ବରଗଡ଼ ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ମାମଲା ତଦନ୍ତରେ ଶିତଳତା ପ୍ରତିବାଦରେ ଆଜି ବରଗଡ଼ ଜିଲ୍ଲା ଭାରତୀୟ ଜନତା ପାର୍ଟିର ଯୁବମୋର୍ଚ୍ଚା ପକ୍ଷରୁ ଏସପିଙ୍କ ଅଫିସ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ଅମିତ ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଲୋକ ମଣ୍ଡପ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବିକ୍ଷୋଭରେ ବରଗଡ଼ ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ, ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାସିଷ ଆଚାର୍ଯ୍ୟ ଓ ଅନ୍ୟାନ୍ୟ କର୍ମକର୍ତ୍ତା, କର୍ମୀ ଅଂଶ ଗ୍ରହଣ କରିଥିଲେ ।

jittmm
Leave A Reply

Your email address will not be published.