ଗତ ୨୪ ଘଂଟାରେ ୧୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧୦୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବରଗଡରୁ ୧, ଭଦ୍ରକରୁ ୧, ବଲାଙ୍ଗିରରୁ ୧, କଟକରୁ ୬, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୩, ଯାଜପୁରରୁ ୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୨, କେଉଁଝରରୁ ୧, ଖୋର୍ଦ୍ଧାରୁ ୬୩, କୋରାପୁଟରୁ ୬, ମୟୁରଭଞ୍ଜରୁ ୩, ନୟାଗଡରୁ ୧, ପୁରୀରୁ ୧୦, ରାୟଗଡାରୁ ୨, ସମ୍ବଲପୁରରୁ ୬, ସୋନପୁରରୁ ୧, ସୁନ୍ଦରଗଡରୁ ୧୫ ଓ ଷ୍ଟେଟ ପୁଲ୍‌ରୁ ୧୬ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.