ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦ୍ଦେଶକ ହେଲେ ଅଖିଳ କୁମାର ମିଶ୍ର

ଭୁବନେଶ୍ୱର, (ପିଆଇବି) : ଭାରତୀୟ ସୂଚନା ସେବାର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନ ସମ୍ପର୍କ କାର୍ୟ୍ୟାଳୟ(ଆରଓବି), ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ ଭାବରେ ଦାୟିତ୍ଵ ଗ୍ରହଣ କରିଛନ୍ତି ।ଏହା ପୂର୍ବରୁ ସେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ଆକାଶବାଣୀ, ଦୂରଦର୍ଶନ, ଫିଲ୍ମ ସେନ୍ସର ବୋର୍ଡ ଓ ଆଞ୍ଚଳିକ ଜନ ସମ୍ପର୍କ କାର୍ୟ୍ୟାଳୟ ଆଦି ଗୁରୁତ୍ବପୂର୍ଣ୍ଣ ବିଭାଗରେ ଦକ୍ଷତାର ସହିତ କାର୍ୟ୍ୟ ସମ୍ପାଦନ କରି ପ୍ରଶଂସିତ ହୋଇଛନ୍ତି । ସେ ଜଣେ ପ୍ରତିଷ୍ଠିତ କବି ଭାବରେ ସୁପରିଚିତ ଓ ତାଙ୍କର ଅନେକ କାବ୍ୟକୃତି ପାଠକୀୟ ଆଦୃତି ଲାଭ କରିଛି ।

Leave A Reply

Your email address will not be published.