jayashree

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପୂର୍ବାହ୍ନ ୧୧ ଟାରେ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ସଭାଗୃହରେ ଶ୍ରୀ ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଓ ଗବେଷଣା ପ୍ରତିଷ୍ଠାନ, ପାଇକମାଲ ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ତହସିଲ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ସ୍ୱାସ୍ଥ୍ୟ ଓ କରୋନା ଉପରେ ଗଭୀର ଆଲୋଚନା କରିଥିଲେ । ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହା ବିଦ୍ୟାଳୟ ଅଧ୍ୟକ୍ଷା ଡାକ୍ତର କ୍ଷୀରାବଧୀ ତନୟା ରାଉତରାୟ, ସ୍ତ୍ରୀ ରୋଗ ପ୍ରସୂତି ବିଭାଗ ବିଶେଷଜ୍ଞ ଡାକ୍ତର ନଳିନୀ ଦାସ ସ୍ୱସ୍ଥ୍ୟ ଓ ସ୍ତ୍ରୀ ରୋଗ ଉପରେ ବିଶେଷ ଆଲୋଚନା କରିଥିଲେ । ଡାକ୍ତର ସତ୍ୟବ୍ରତ ଚୌହାନ, ଭେଷଜ ବିଶେଷଜ୍ଞ ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଆୟୁର୍ବେଦ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅଞ୍ଚଳ ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ଯୋଗଦାନ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ତିତ କରିଥିଲେ । ପରିଶେଷରେ ପ୍ରାଧ୍ୟାପକ ବିଦ୍ୟାଧର ଦାଶ ଆନୁଷ୍ଠାନିକ ଧନ୍ୟବାଦ ପ୍ରଦାନ କରିଥିଲେ ।

Leave A Reply

Your email address will not be published.