କଟକ ଜିଲ୍ଲା ଓବିସି ମୋର୍ଚ୍ଚା ପକ୍ଷରୁ ଓବିସି ସଂରକ୍ଷଣ ଦାବୀରେ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

କଟକ : ରାଜ୍ୟ ସରକାର ଓବିସି ମାନଙ୍କୁ ଆଗାମୀ ପଞ୍ଚାୟତ ନିର୍ବାଚନ କ୍ଷେତ୍ରରେ ଅଣଦେଖା କରୁଥିବା ନେଇ ସାରା ରାଜ୍ୟରେ ନିଆଁ ଜଳୁଛି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଆଜି କଟକ ନଗର ଭାରତୀୟ ଜନତା ପାର୍ଟି ଓବିସି ମୋର୍ଚ୍ଚା ପକ୍ଷରୁ କଟକ ଜିଲ୍ଲାପାଳଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ରାଜ୍ୟ ସରକାର ତୁରନ୍ତ ଓବିସି ମାନଙ୍କ ସମସ୍ୟାର ସମାଧାନ କରିବାକୁ ଦାବୀ କରାଯାଇଛି । ନଚେତ୍‌ ଆଗାମୀ ଦିନରେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

Leave A Reply

Your email address will not be published.