ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୬୯କୁ ବୃଦ୍ଧି ପାଇଛି । ମୃତକ ବଲାଙ୍ଗିର ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।