ଦେଶରେ କରୋନା ସଂକ୍ରମଣ ସ୍ଥିତି ଉପର ମୁହାଁ : ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ ଆଜି, ସମୀକ୍ଷା ହେବ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ସ୍ଥିତି ଉପର ମୁହାଁ ରହିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଡାକିଛନ୍ତି । ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ଅପରାହ୍ନ ୪.୩୦ରେ ଆୟୋଜିତ ହେବ ବୋଲି ଜଣାପଡ଼ିଛି । ଏହାପୂର୍ବରୁ ରବିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଉପସ୍ଥିତ ରହି ଦେଶରେ କରୋନା ମହାମାରୀର ସ୍ଥିତି ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରେ ଓମିକ୍ରନ୍‌ ଭାରିଆଂଟ କାରଣରୁ ବଢ଼ୁଥିବା କୋଭିଡ୍‌ ମାମଲାକୁ ଦୃଷ୍ଟିରେ ରଖି ପିଏମ ମୋଦୀ ପ୍ରସ୍ତୁତି ଉପରେ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.