ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୭୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ପୁରୁଷ ଆକ୍ରାନ୍ତ ହୋଇଥିବା ବେଳେ କଟକ ଓ ଜଗତସିଂହପୁର ଜିଲ୍ଲାର ଜଣେ ଲେଖାଁଏ ମହିଳା ଆକ୍ରାନ୍ତ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.