ଜିଲ୍ଲା ପରିଷଦର ୧ ନମ୍ବର ଜୋନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଦେବକୀ ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପରିଷଦର ୧ ନମ୍ବର ଜୋନ ପାଇଁ ବିଜୁ ଜନତା ଦଳର ପ୍ରାର୍ଥିନୀ ଦେବକୀ ସାହୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଶ୍ରୀମତୀ ସାହୁ ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଏଥିରେ ବିଜେଡି ରାଜ୍ୟ ପରିଷଦ ସଭ୍ୟ ତଥା ଯୁବ ନେତା ନିହାର ରଞ୍ଜନ ବେବେହରାଙ୍କ ସମେତ ବହୁ ବିଜେଡି କର୍ମୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.