pakka

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ

bbehera

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାଠାରେ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ କୋଭିଡ କଟକଣା ଓ ସାମାଜିକ ଦୂରତା ମଧ୍ୟରେ ଉପଖଣ୍ଡ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ମିନି ଷ୍ଟାଡିୟମଠାରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟା ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା । ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା । ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଦେଶ ଓ ଜାତି ଉଦେଶ୍ୟରେ ଅଭିଭାଷଣ ରଖିଥିଲେ । ମହାମାରୀ କରୋନା ଭୁତାଣୁ ଏବଂ ସରକାରଙ୍କ ନିୟମକୁ ପାଳନ କରି ଚଳିତ ବର୍ଷ ସାମୁହିକ ପ୍ୟାରେଡ଼ ହୋଇନାହିଁ । ଏହି ଉତ୍ସବରେ ସ୍ଥାନୀୟ ଏସ୍‌ଡିପିଓ ଜି.ଆର୍‌ ରେଡ୍ଡୀ, ତହସିଲଦାର ଶଶାଙ୍କ ଶେଖର ପାତ୍ର, ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ, ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ, ବନବାସୀ ସେବା ସମିତି ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଉତ୍ସବରେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

jay balangir
Leave A Reply

Your email address will not be published.

20 − 19 =

error: Content is protected !!