ମୁଖ୍ୟମନ୍ତ୍ରୀଙ୍କ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେବା ସହିତ ବରିଷ୍ଠ ନାଗରିକ ସମ୍ମୁଖ କୋଭିଡ୍ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ ଦେବାପାଇଁ ଗୁରୁତ୍ୱ ଆରୋପ କରିଛନ୍ତି । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ତା ସହିତ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ପରାମର୍ଶ ଦେଇଥିଲେ । ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଂପର୍କରେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.