ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭା ଗତକାଲି ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଅଛି । ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ପକ୍ଷରୁ ଆୟୋଜିତ ସଭାରେ ବକ୍ତା ଭାବେ କବି ଲେଖକ ମନୋରଞ୍ଜନ ସାହୁ (ମନମାଷ୍ଟ୍ରେ), ଡଃ ସୁଜିତ୍ କୁମାର ପୃଷେଠ୍‌, ଶିକ୍ଷାବିତ୍‌ ଟେକଚାନ୍ଦ ଦୁଆନ ଯୋଗଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ସଭାରେ ସହରର ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.