ଆସନ୍ତା ୩ ତାରିଖରୁ ବର୍ଷା : ବରଗଡ଼ ସମେତ ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଆସନ୍ତା ୩ ତାରିଖରୁ ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୪ରେ ଏହାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ପଶ୍ଚିମା ଝଡ଼ ଆଗମନର ଆଶଙ୍କା ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ଆକଳନ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଫେବୃଆରୀ ୩ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଉତ୍ତର ଓ ଅବଶିଷ୍ଟ ଜିଲ୍ଲା ଏବଂ ଦକ୍ଷିଣ ଓ ସୋନପୁର, ବଲାଙ୍ଗିର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ଅନୁମାନ କରାଯାଇଛି । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ସେହିଭଳି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓ ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପ କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେୟଲୋ ୱାର୍ନିଂ ଜାରି କରାଯାଇଛି ।

Leave A Reply

Your email address will not be published.