ରାଜ୍ୟରେ ୪ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୩୪୫୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୪ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୩୪୫୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୩୬ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭୭୬୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୪୩୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କର।।ଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୫୨, ବାଲେଶ୍ୱରରୁ ୧୦୫, ବରଗଡରୁ ୮୨, ଭଦ୍ରକରୁ ୫୨, ବଲାଙ୍ଗିରରୁ ୧୦୩, ବୌଦ୍ଧରୁ ୫୩, କଟକରୁ ୨୦୨, ଦେବଗଡରୁ ୭୧, ଢେଙ୍କାନାଳରୁ ୩୫, ଗଜପତିରୁ ୭୩, ଗଞ୍ଜାମରୁ ୬୪, ଜଗତସିଂହପୁରରୁ ୬୪, ଯାଜପୁରରୁ ୭୩, ଝାରସୁଗୁଡାରୁ ୫୫, କଳାହାଣ୍ଡିରୁ ୬୩, କନ୍ଧମାଳରୁ ୪୪, କେନ୍ଦ୍ରାପଡାରୁ ୬୦, କେଉଁଝରରୁ ୩୯, ଖୋର୍ଦ୍ଧାରୁ ୭୧୪, କୋରାୁଟରୁ ୫୩, ମାଲକାନଗିରିରୁ ୧୬, ମୟୁରଭଞ୍ଜରୁ ୧୮୦, ନବରଙ୍ଗପୁରରୁ ୯୯, ନୟାଗଡରୁ ୧୨୫, ନୂଆଡାରୁ ୧୮୧, ପୁରୀରୁ ୭୨, ରାୟଗଡାରୁ ୩୬, ସମ୍ବଲୁରରୁ ୧୩୧, ସୁବର୍ଣ୍ଣପୁରରୁ ୨୧, ସୁନ୍ଦରଗଡରୁ ୨୮୭ ଓ ଷ୍ଟେଟ ପୁଲ୍‌ରୁ ୧୪୫ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.