ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, ପୁରୀ, ଢେଙ୍କାନାଳ, କଟକ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.