ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଓ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଗ୍ରାମର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଗ୍ରାମରେ ଥିବା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କରେ ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଥିବା ବେଳେ ନିଆଁ ଲାଗି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଓ ଆସବାବପତ୍ର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିବା କୁହାଯାଇଛି । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.