ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲରେ ଚଳିତ ମାସ ୭ ତାରିଖ ଠାରୁ ଅଷ୍ଟମରୁ ଉପରକୁ ସମସ୍ତ ଶ୍ରେଣୀର ଅଫ୍ଲାଇନ୍ ପାଠପଢ଼ା ଆରମ୍ଭ ହେବ । କେଜି ଠାରୁ ସପ୍ତମ ଶ୍ରେଣୀ ଯାଏଁ ଫେବୃଆରୀ ୧୪ ତାରିଖ ଠାରୁ ଅଫ୍ଲାଇନ୍ କ୍ଲାସ ହେବ । ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି ଏହା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ପାଠ ପଢ଼ିବା ନେଇ ପିଲାମାନଙ୍କ ପାଖରେ ବିକଳ୍ପ ବ୍ୟବସ୍ଥା ରହିବ । ସେମାନେ ଚାହିଁଲେ ଉଭୟ ଅନ୍ଲାଇନ୍ ଓ ଅଫ୍ଲାଇନ୍ର ବିକଳ୍ପ ବାଛି ପାରିବେ । ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଛନ୍ତି, ଛାତ୍ରଛାତ୍ରୀମାନଙ୍କ ବୃହତ ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ସରକାର ସ୍କୁଲ-କଲେଜ ଗୁଡ଼ିକ ପୁଣି ଥରେ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ।