ଟିକେ ଆଶ୍ୱସ୍ତ, ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୨୬୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ୨୬୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୪୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୯୬୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୦୮୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୦୨, ବାଲେଶ୍ୱରରୁ ୪୮, ବରଗଡରୁ ୫୧, ଭଦ୍ରକରୁ ୩୭, ବଲାଙ୍ଗିରରୁ ୬୦, ବୌଦ୍ଧରୁ ୩୭, କଟକରୁ ୨୦୫, ଦେବଗଡରୁ ୨୧, ଢେଙ୍କାନାଳରୁ ୬୪, ଗଜପତିରୁ ୬୪, ଗଞ୍ଜାମରୁ ୮୫, ଜଗତସିଂହପୁରରୁ ୬୦, ଯାଜପୁରରୁ ୧୩୩, ଝାରସୁଗୁଡାରୁ ୫୭, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୨୬, କେନ୍ଦ୍ରାପଡାରୁ ୬୩, କେଉଁଝରରୁ ୪୩, ଖୋର୍ଦ୍ଧାରୁ ୪୪୪, କୋରାପୁଟରୁ ୯୪, ମାଳକାନଗିରିରୁ ୧୯, ମୟୁରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୨, ନୟାଗଡରୁ ୬୭, ନୂଆପଡାରୁ ୮୭, ପୁରୀରୁ ୪୧, ରାୟଗଡାରୁ ୬୧, ସମ୍ବଲପୁରରୁ ୮୮, ସୁବର୍ଣ୍ଣପୁରରୁ ୧୬, ସୁନ୍ଦରଗଡରୁ ୨୦୪ ଓ ଷ୍ଟେଟ ପୁଲ୍‌ରୁ ୧୦୦ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.